Wednesday, August 12, 2026
25.1 C
Odisha

    ୨୬ରେ ପୁଣି ଲଘୁଚାପ !

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଙ୍ଗୋପସାଗର‌େ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏବେ ଓଡ଼ିଶା ଉପକୂଳରୁ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ସହିତ ଜୁଲାଇ ୨୬ରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।୨୩ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍‌ରେ ସର୍ବାଧିକ ୨୨୧ମିମି ବର୍ଷା ହୋଇଛି ମାଲକାନଗିରି ଜିଲ୍ଲାରେ ୧୯୦ମିମି, ନବରଙ୍ଗପୁରରେ ୭୦.୧ମିମି, କୋରାପୁଟରେ ୬୭.୪ ମିମି ବର୍ଷା ହୋଇଛି।ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି)ଙ୍କ ସୂଚନା ଅନୁସାରେ, ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଏକାଧିକ ସ୍ଥାନରେ ରାସ୍ତା ଓ ପୋଲ ବର୍ଷା ପାଣିରେ ବୁଡ଼ିଯାଇଛି । ପୋଟେରୁ ନଦୀ ଜଳସ୍ତର ବଢ଼ିବା ଯୋଗୁ ୩୨୬ନଂ ଜାତୀୟ ରାଜପଥ ଜଳମଗ୍ନ ହୋଇଛି । ବନ୍ୟା ପାଣି ମାଡ଼ି ଆସିବାରୁ କନ୍ୟାଶ୍ରମ ସେତୁ ଓ ଚଲ୍ଲାଗୁଡ଼ା ସେତୁ ବୁଡ଼ି ଯାଇଛି। ପଦିଆ ଓ କାଲିମେଳା ରାସ୍ତା ମଧ୍ୟ ବିଚ୍ଛିନ୍ନ ହୋଇଯାଇଛି। ତଳିଆଳି ଅଞ୍ଚଳରେ ଥିବା ୨୩ ପରିବାରକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ନବରଙ୍ଗପୁରର ପୁତୁରୀ ନଦୀରେ ପାଣି ଆସିବା ଯୋଗୁ ପାପଡ଼ାହାଣ୍ଡି-ଚନ୍ଦାହାଣ୍ଡି ରାସ୍ତା ବୁଡ଼ିଯାଇଛି ।ଏହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଅନେକ ସେତୁ ଓ ରାସ୍ତା ଉପରେ ପାଣି ଚାଲିଛି । ଏଣୁ ପାଣି କମିବା ଯାଏ ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ସ୍ଥାନରେ ଭିଡ଼ ପରିଚାଳନା ପାଇଁ ପୁଲିସ୍‌କୁ ନିୟୋଜିତ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆ ଯାଇଛି । ଅସ୍ଥାୟୀ ଆଶ୍ରୟସ୍ଥଳରେ ଲୋକଙ୍କ ପାଇଁ ରନ୍ଧା ଖାଦ୍ୟ ପ୍ରସ୍ତୁତ କରିବାକୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    89 %
    1.1kmh
    100 %
    Tue
    25 °
    Wed
    31 °
    Thu
    29 °
    Fri
    27 °
    Sat
    28 °

    ସମ୍ବନ୍ଧିତ