ଭୁବନେଶ୍ବର : ୨୭ ବିଶିଷ୍ଟ ବ୍ୟକ୍ତିଙ୍କୁ ମିଳିବ ପ୍ରବାସୀ ଭାରତୀୟ ସମ୍ମାନ। ଭୁବନେଶ୍ବର ଜନତା ମଇଦାନରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ଅବସରରେ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉଦଯାପନୀ ଦିବସରେ ୨୭ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବ । ଆସନ୍ତା ୮ରୁ ପ୍ରବାସୀ ଭାରତୀୟ ଦିବସ ଆରମ୍ଭ ହେଉଛି । ଏହା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମରେ ଯୋଗ ଦେବେ।