Sunday, October 11, 2026
25 C
Odisha

    ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା ।  ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ ।  ଆସନ୍ତାକଲି ଅର୍ଥାତ୍ ୨୭ ତାରିଖ ରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।

    ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ।  ଏହାସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହୁଛି। ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି ।  ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଜୁନ ୧ ପରେ ବଦଳି ପରେ ପାଗ ।

    ଏପଟେ ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ବର୍ଷା ବିଭିନ୍ନ ସ୍ଥାନରେ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗିରହିବ ।  ଆସନ୍ତା ୨୪ ଘଂଟାରେ ସମସ୍ତ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ସହ ପ୍ରବଳ ବର୍ଷା ଦକ୍ଷିଣ ଓଡିଶା ସମେତ ଉତ୍ତର ଓଡ଼ିଶାର କୋରାପୁଟ, ନବରଙ୍ଗପୁର , ରାୟଗଡା, ଗଜପତି , କନ୍ଧମାଳ, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

    ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ।  ସେହିପରି ଆସନ୍ତାକାଲି ନୟାଗଡ, ପୁରୀ, ଖୋର୍ଦ୍ଧା ଗଂଜାମ , ବୌଦ୍ଧ , ସୋନପୁର, ବଲାଙ୍ଗୀର ଓ ନୟାଗଡ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହଳୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ ନବରଙ୍ଗପୁର, ରାୟଗଡା, ଗଜପତି ,କଳାହାଣ୍ଡି ଓ କନ୍ଧମାଳ ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

    ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।  ୨୮ ଓ ୨୯ ତାରିଖରେ ସମସ୍ତ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା କୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ୬ ଜିଲ୍ଲାକୁ ପ୍ରବଳ ବର୍ଷା ସହ ୨ ଜିଲ୍ଲାକୁ ଅତିପ୍ରବଳ ସହ ଅବଶିଷ୍ଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

    ଅନ୍ୟପଟେ ଗତ ୨୪ ଘଂଟାରେ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ସମ୍ବଲପୁର ବୁର୍ଲା ରେ ସର୍ବାଧିକ ୬୪.୨ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସର୍ବାଧିକ ତାପମାତ୍ରା ହୀରାକୁଣ୍ଡ ୩୮.୧ ଡିଗ୍ରୀ ରେକର୍ଡ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    78 %
    0kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ