Friday, October 9, 2026
22 C
Odisha

    ୨୮ ଯାଏ ଦକ୍ଷିଣରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଜୁନ୍ ୨୮ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ଦାରିଙ୍ଗବାଡ଼ି ଏବଂ ନବରଙ୍ଗପୁରରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲା lଗୁଡିକର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିସହିତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ପବନର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    90 %
    1.3kmh
    2 %
    Thu
    22 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ