Saturday, March 14, 2026
22 C
Odisha

    ୨୮ ଯାଏ ପ୍ରବଳ କାଚିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପଛକୁ ପଛ ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ବଙ୍ଗୋପସାଗରରେ ପୁଣି ଲୋ ପ୍ରେସର । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଜି ଏହା ଉତ୍ତରପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଅବପାତର ରୂପ ନେବ । ଆସନ୍ତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

    ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    43 %
    1.5kmh
    0 %
    Sat
    38 °
    Sun
    38 °
    Mon
    39 °
    Tue
    38 °
    Wed
    36 °

    ସମ୍ବନ୍ଧିତ