Wednesday, April 1, 2026
25.1 C
Odisha

    ୨ କଲରାପତରିଆ ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌, ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଟ୍ରାକ୍‌ କରି…

    ଆଗକୁ ପଢନ୍ତୁ

    ରାୟଗଡ଼ା    :    ରାୟଗଡ଼ା ଜିଲ୍ଲା କୋଲନରା ଅଞ୍ଚଳରୁ ୨ଟି କଲରାପତରିଆ ବାଘ ଚମଡ଼ା ଜବତ ସହ ୪ ଜଣଙ୍କୁ ରାୟଗଡ଼ା ବନ ବିଭାଗ ସହାୟତାରେ ମୁମ୍ବାଇସ୍ଥିତ ଡାଇରେକ୍ଟର ଅଫ ରେଭିନ୍ୟୁ ଇଣ୍ଟେଲିଜେନ୍ସ ବିଭାଗ ଗିରଫ କରିଥିବା ଜଣାପଡ଼ିଛି । ଗିରଫ ବ୍ୟକ୍ତିମାନେ ୨ ଜଣ ରାୟଗଡ଼ା ଜିଲ୍ଲାର ହୋଇଥିବା ବେଳେ ୨ ଜଣ ମହାରାଷ୍ଟ୍ର ରାଜ୍ୟର ବୋଲି ଜଣାପଡ଼ିଛି।

    ରାୟଗଡ଼ା ରେଞ୍ଜର କାମେଶ୍ୱର ଅଚାରୀଙ୍କ ସୂଚନାରୁ ଜଣାପଡ଼ିଛି ଗୁଣପୁର ବ୍ଲକ ପୁଟାସିଂ ଅଞ୍ଚଳର ଅଞ୍ଜରସିଂ ଗ୍ରାମର ଜିସୟ ଗମାଙ୍ଗ ଓ ମହେଶ ହୁଇକା ମାଛଖୁଣ୍ଟି ଅଞ୍ଚଳର ଅନ୍ୟ ୨ ଜଣ ବ୍ୟକ୍ତି ମହାରାଷ୍ଟ୍ର ରାଜ୍ୟର ମାତିନଗର ଅଞ୍ଚଳର ପ୍ରଭାକର ନାୟକ ଓ ରାଜ କୁମାର ଗୁପ୍ତାଙ୍କୁ ଏହି ବାଘ ଚମଡ଼ାକୁ ବିକ୍ରି କରିବା ପାଇଁ ଡିଲ୍‌ ଚାଲିଥିଲା। କୌଣସି ସୂତ୍ରରୁ ଏହି ଚାଲାଣ ସମ୍ପର୍କରେ ଖବର ପାଇ ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଅଭିଯୁକ୍ତମାନଙ୍କୁ ଟ୍ରାକ୍‌ କରିଥିଲେ। ଏନେଇ ଅଗଷ୍ଟ ୩୦ ତାରିଖରେ ରାୟଗଡ଼ା ବନ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ଆଧାରରେ ଉଭୟ ବିଭାଗ ବାଘ ଚମଡ଼ା ବିକ୍ରି କରିବା ସମୟରେ ସମସ୍ତ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲେ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରେଞ୍ଜର କାମେଶ୍ବର ଆଚାରୀ ସୂଚନା ଦେଇଛନ୍ତି। ଏହି କଲରାପତରିଆ ବାଘ ଚମଡ଼ାକୁ ଗଜପତି ଜିଲ୍ଲାରୁ ମହାରାଷ୍ଟ୍ର ଚାଲାଣ ପାଇଁ ଅଣାଯାଇଥିଲା ବୋଲି ସୂଚନାରୁ ଜଣାପଡ଼ିଛି I ଉଭୟ ବାଘର ବୟସ ୫ରୁ ୭ ବର୍ଷ ମଧ୍ୟରେ ରହିଥିବା ଜଙ୍ଗଲ ବିଭାଗ ସୂଚନା ଦେଇଛି I ଏହି ଘଟଣାରେ ତଦନ୍ତ ଚାଲିଛି ବୋଲି ଏସିଏଫ୍‌ ଅଶୋକ ପ୍ରଧାନ ପ୍ରକାଶ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.1 ° C
    25.1 °
    25.1 °
    37 %
    1kmh
    14 %
    Wed
    39 °
    Thu
    40 °
    Fri
    40 °
    Sat
    40 °
    Sun
    38 °

    ସମ୍ବନ୍ଧିତ