ଭୁବନେଶ୍ୱର : ବର୍ଷାରେ ଭିଜିବ ପାର୍ବଣ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟା ୫ଟା ୩୦ ମିନିଟରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨ ତାରିଖ ସକାଳ ବେଳକୁ ଆହୁରି ଘନୀଭୂତ ହେବ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତ ରେ ପରିଣତ ହେବା ସମ୍ଭାବନା ରହିଛି ।
୩ ତାରିଖ ସକାଳେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି l ୨ ତାରିଖରେ ୭ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧାମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି।
ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନବରଙ୍କପୁର, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୪ ତାରିଖ ଯାଏ ବର୍ଷା ଲାଗି ରହିବ । ସେହିପରି କାଲି ସକାଳ ୮ଟା ୩୦ମିନିଟ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂକୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଆଲର୍ଟ ଦିଆଯାଇଛି। ମତ୍ସଜୀବୀଙ୍କୁ ୧ରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।