Sunday, September 13, 2026
24.4 C
Odisha

    ୨ ଦିନ କାଳବୈଶାଖୀ ବର୍ଷା, ସତର୍କ କଲା ପାଣିପାଗ ବିଭାଗ !

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏବେ ଟିକେ ଆଶ୍ୱସ୍ତିର ଖବର ଆସିଛି କି, କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଓଡ଼ିଶା ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ବୌଦ୍ଧ ବ୍ୟତୀତ ରାଜ୍ୟର ସମସ୍ତ ସହରରେ ଦିନର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସି ଆସିଛି।

    କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ସର୍ବାଧିକ ୩୦ ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାର ବିଷମକଟକରେ ୨୭.୪, କୋଲନରାରେ ୨୧.୩, ରାୟଗଡ଼ାରେ ୧୭.୮ ମିମି ବର୍ଷା ରେକର୍ଡ କରାଯାଇଛି।ହେଲେ ଆଜି ରାଜ୍ୟର ୨୫ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ୧୧ ଓ ୧୨ ତାରିଖରେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.4 ° C
    24.4 °
    24.4 °
    93 %
    1.3kmh
    54 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ