Wednesday, April 1, 2026
30.8 C
Odisha

    ୩ଦିନ ପରେ ଓଡ଼ିଶା ଛାଡ଼ିବ ମୌସୁମୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରୁ ଆସନ୍ତା ୨ରୁ ୩ଦିନ ପରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବ। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ବିହାରର କିଛି ଅଞ୍ଚଳରୁ ମୌସୁମି ବାୟୁ ବାହୁଡ଼ିବ। ଝାଡ଼ଖଣ୍ଡ ଏବଂ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ମୌସୁମି ବାୟୁ ଫେରିଯିବ। ପଶ୍ଚିମବଙ୍ଗ, ସିକିମି, ଓଡ଼ିଶା ଏବଂ ତେଲଙ୍ଗାନା ରାଜ୍ୟର କିଛି ଅଞ୍ଚଳରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
    ପୁଣି ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାକୁ ବଜ୍ରପାତ ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    34 %
    3.3kmh
    2 %
    Wed
    33 °
    Thu
    40 °
    Fri
    41 °
    Sat
    37 °
    Sun
    38 °

    ସମ୍ବନ୍ଧିତ