Sunday, October 4, 2026
28.6 C
Odisha

    ୩୧ ଯାଏଁ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    କାଲିଠୁ ୩୧ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ବ୍ୟତୀତ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରାଯାଇଛି। ଏନେଇ ରାଜ୍ୟର ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ୪ ଜିଲ୍ଲା ଗୁଡିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ସେହିପରି ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ