ଚିଲିକା : ୩୫ତମ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦଯାପିତ । ଚିଲିକା ବୋଇତ ବନ୍ଦାଣ ମହୋତ୍ସବ କମିଟି ଓ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ବାଲୁଗାଁ ସ୍ଥିତ ଚିଲିକା ତଟଦେଶରେ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି ମହୋତ୍ସବ । ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେଇଥିଲେ ।
ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଏଥିରେ ଉପସ୍ଥିତ ଥିଲେ। ଆଞ୍ଚଳିକ ଓ ରାଜ୍ୟସ୍ତରୀୟ କଳାକାରମାନଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଏହା ସହିତ ଅର୍କେଷ୍ଟ୍ରା ଗୀତ ସନ୍ଧ୍ୟାର ଆୟୋଜନ ମହୋତ୍ସବର ଆକର୍ଷଣକୁ ଆହୁରି ବଢ଼ାଇ ଦେଇଥିଲା ।
