Monday, January 12, 2026
13.8 C
Odisha

    ୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ, ୩ ଡିଗ୍ରୀ କମିବ ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ଆଜି ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଘନ କୁହୁଡ଼ି ହେବ ।  ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

    ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରଭାବ କମ ଥିବା ବେଳେ ଆଗାମୀ ୨ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।  ପରେ ୨ ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବା ସହ ପୁଣି ଶୀତ ବଢ଼ିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.8 ° C
    13.8 °
    13.8 °
    35 %
    1.2kmh
    5 %
    Mon
    27 °
    Tue
    28 °
    Wed
    28 °
    Thu
    29 °
    Fri
    28 °

    ସମ୍ବନ୍ଧିତ