Friday, August 28, 2026
24.2 C
Odisha

    ୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ, ୩ ଡିଗ୍ରୀ କମିବ ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ଆଜି ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଘନ କୁହୁଡ଼ି ହେବ ।  ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

    ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରଭାବ କମ ଥିବା ବେଳେ ଆଗାମୀ ୨ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।  ପରେ ୨ ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବା ସହ ପୁଣି ଶୀତ ବଢ଼ିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    95 %
    2.1kmh
    89 %
    Fri
    30 °
    Sat
    28 °
    Sun
    29 °
    Mon
    24 °
    Tue
    23 °

    ସମ୍ବନ୍ଧିତ