Thursday, October 8, 2026
30.4 C
Odisha

    ୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଆସ୍ତେ ଆସ୍ତେ ସକ୍ରିୟ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି, କିନ୍ତୁ ଦକ୍ଷିଣ ଓଡ଼ିଶାରେ ଜୁଲାଇ ୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର କେନ୍ଦୁଝର, କୋରାପୁଟ, ଦାରିଙ୍ଗବାଡ଼ି, ରାୟଗଡ଼ା, ଭଦ୍ରକ, ଯାଜପୁର, ବରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି ଏବଂ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ। ଅନୁଗୋଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, ପୁରୀ, ନୟାଗଡ଼, ଖୋରଧା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଏବଂ ବଲାଙ୍ଗିର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ହୋଇପାରେ। ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି, ଜୁଲାଇ ୨ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁଲାଇ ପହିଲାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଆଶଙ୍କା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.4 ° C
    30.4 °
    30.4 °
    58 %
    3.2kmh
    4 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ