Monday, June 2, 2025
27.7 C
Odisha

    ୪୪ଡିଗ୍ରି ଟପିପାରେ ରାଜ୍ୟର ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେଲା ଅସହ୍ୟ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ସାରା ଓଡ଼ିଶା ଆହୁରି ଜଳିବ ବୋଲି ଆକଳନ କରାଯାଉଛି। ଅସମ୍ଭାଳ ତାତି ଓ ଅସହ୍ୟ ଗୁଳୁଗୁଳିକୁ ନେଇ ପାଣିପାଗ ବିଭାଗ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି କରିଛି। ଆଗାମୀ ୩ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରି ତାପମାତ୍ରା ବଢ଼ିବାର ସମ୍ଭାବନା ଥିବା ବେଳେ ତାପମାତ୍ରା ୪୪ ଡିଗ୍ରି ଟପିପାରେ।

    ସେହିପର ଆସନ୍ତାକାଲି ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଏହି ୧୩ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ୧୪ ତାରିଖରେ ୧୩ ଓ ୧୫ ତାରିଖରେ ୧୪ ଜିଲ୍ଲାକୁ ହିଟ ୱେଭ ସହ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି।

    ଅନ୍ୟପଟେ ଗତ ୨୪ ଘଂଟାରେ ରାଜ୍ୟରେ ପ୍ରବଳ ଗରମ ସହ କାଁଭାଁ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ସମ୍ବଲପୁରରେ ସର୍ବାଧିକ  ୪୩.୨  ଡିଗ୍ରି  ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଝାରସୁଗୁଡ଼ା-ହୀରାକୁଦରେରେ ୪୧.୬, ରାଉରକେଲାରେ ୪୦.୪, ଚାନ୍ଦବାଲିରେ ୩୯.୭ ଓ ବାଲେଶ୍ବରରେ ମଧ୍ୟ ୩୯.୭ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.7 ° C
    27.7 °
    27.7 °
    40 %
    2.8kmh
    100 %
    Mon
    39 °
    Tue
    36 °
    Wed
    39 °
    Thu
    39 °
    Fri
    40 °

    ସମ୍ବନ୍ଧିତ