Tuesday, September 29, 2026
29.2 C
Odisha

    ୫ଦିନ ଧରି ଲାଗି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ବର୍ଷାର ବିସ୍ତୃତି କମିଥିବାବେଳେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ାରେ ସର୍ବାଧିକ ୧୩୩.୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ପଛକୁ ମାଲକାନଗିରିରେ ୧୦୨.୬ ମିମି, ଟିଟିଲାଗଡ଼ରେ ୫୯.୪ ମିମି, କୋରାପୁଟରେ ୫୮.୮ ମିମି, ବଲାଙ୍ଗୀରରେ ୪୩.୫ ମିିମି ଓ ହୀରାକୁଦରେ ୩୯.୮ ମିମି ବର୍ଷା ହୋଇଥିବାବେଳେ ସମଗ୍ର ରାଜ୍ୟରେ ଭାରି ବର୍ଷା ରେକର୍ଡ ହୋଇଛି। ଆସନ୍ତା ୫ଦିନ ମଧ୍ୟରେ ରାଜ୍ୟର କେତେକ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ ଓ କେନ୍ଦୁଝରକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରୁ ୩ରୁ ୪ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅବଶିଷ୍ଟ ଅଞ୍ଚଳରେ ପାଗ ପ୍ରାୟ ଶୁଖିଲା ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    68 %
    2.5kmh
    8 %
    Tue
    29 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ