Thursday, October 1, 2026
28.6 C
Odisha

    ୫ ବର୍ଷ ହେଲା ଶିକ୍ଷାମନ୍ତ୍ରୀ ହେଲେଣି ରାଜ୍ୟ ପାଇଁ କ’ଣ କରିଛନ୍ତି : କାର୍ତ୍ତିକ ପାଣ୍ଡିଆନ

    ଆଗକୁ ପଢନ୍ତୁ

    ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଟାର୍ଗେଟ କରିଛନ୍ତି ଭି.କେ ପାଣ୍ଡିଆନ। ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ।

    କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଗତ ନିର୍ବାଚନ ସମୟରେ ଜଣେ କେନ୍ଦ୍ରମନ୍ତ୍ରୀ ଆସିଥିଲେ, ବହୁତ ବଡ ବଡ କଥା କହିଥିଲେ । ଗତ ନିର୍ବାଚନରେ ଆପଣଙ୍କ ଆଶୀର୍ବାଦରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଥିଲେ । କିନ୍ତୁ ୫ ବର୍ଷରେ କଣ କରିଛନ୍ତି ଟିକେ ଚିନ୍ତା କରନ୍ତୁ । ୫ ବର୍ଷ ନେଲେ, କିନ୍ତୁ କିଛି କାମ କଲେନି । ଯେଉଁ କେନ୍ଦ୍ରମନ୍ତ୍ରୀ ଭୋଟ ଭିକ୍ଷା କରିଥିଲେ ତାଙ୍କର ଦେଖାଦର୍ଶନ ମିଳିଲାନି । ଉମରକୋଟ, ପାପଡାହାଣ୍ଡିରେ କେନ୍ଦ୍ରୀୟ ସ୍କୁଲଟିଏ ଖୋଲିପାରିଥାନ୍ତେ କିନ୍ତୁ କଲେ ନାହିଁ । ଏବେ ପୁଣି ଭୋଟ ମାଗିବାକୁ ଆସିଲେ ପଚାରିବେ ୫ ବର୍ଷ କେଉଁଠି ଥିଲେ । ପାଣ୍ଡିଆନ ଆହୁରି ମଧ୍ୟ କହିଥିଳେ ଯେ କେନ୍ଦ୍ରମନ୍ତ୍ରୀ ବଡ ବଡ କଥା କହୁଛନ୍ତି । କିନ୍ତୁ ୫ ବର୍ଷ ହେଲା ଶିକ୍ଷାମନ୍ତ୍ରୀ ହେଲେଣି, ଆପଣଙ୍କ ଅଞ୍ଚଳରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲି ପାରିଲେ ନାହିଁ । ସେ ଚାହିଁଥିଲେ ନବରଙ୍ଗପୁରରେ ତିନି ଚାରିଟି କେନ୍ଦ୍ରୀୟ ବିଦ୍ୟାଳୟ କରିପାରିଥାନ୍ତେ। କିନ୍ତୁ ହୋଇପାରିଲା ନାହିଁ। ଓଡିଶା ସରକାର ୫ଟି ରେ ୮୦୦୦ରୁ ଅଧିକ ହାଇସ୍କୁଲର ରୂପାନ୍ତର କରିଛନ୍ତି।

    ଏଥି ସହିତ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ବିକାଶ ପାଇଁ ଶାନ୍ତି ଦରକାର। ଶାନ୍ତି ଥିଲେ ପ୍ରଗତୀ ଆସେ। ଆମ ମୁଖ୍ୟମନ୍ତ୍ରୀ ଓଡିଶାରେ ଶାନ୍ତି ପ୍ରତିଷ୍ଠା କରିଛନ୍ତି, ତେଣୁ ବିକାଶ ହେଉଛି। ପଡୋଶୀ ରାଜ୍ୟ ଛତିଶଗଡ କଥା ଉଠାଇ ସେ କହିଲେ ଦେଖନ୍ତୁ, ସେଠାରେ ବାରମ୍ବାର ସରକାର ବଦଳୁଛି,କିନ୍ତୁ ଶାନ୍ତି ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    28.6 ° C
    28.6 °
    28.6 °
    65 %
    1.4kmh
    12 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ