Friday, October 2, 2026
22.2 C
Odisha

    ୬ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ କରିବା ଏବଂ ଯାତ୍ରା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର– ଯଶବନ୍ତପୁର ସ୍ପେଶାଲ ୨୦୨୬ ଜୁନ ୨୭ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯଶବନ୍ତପୁର–ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍ ଜୁନ୍ ୨୯ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସମ୍ବଲପୁର–ଇରୋଡ୍ ସ୍ବତନ୍ତ୍ର ଟ୍ରେନ ମେ’ ୨୭ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଇରୋଡ–ସମ୍ବଲପୁର ଟ୍ରେନ୍ ମେ’ ୨୯ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଶାଖାପାଟଣା– ଶାଲିମାର ସ୍ବତନ୍ତ୍ର ଟ୍ରେନ୍ ଜୁନ୍‌ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶାଲିମାର–ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ୍ ଜୁନ ୩୦ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ