Sunday, March 29, 2026
39.1 C
Odisha

    ୭୭ ତମ ସାଧାରଣତନ୍ତ୍ର ଦିବସ, ୨୦ ପୋଲିସ କର୍ମଚାରୀଙ୍କୁ ମିଳିଲା ରାଜ୍ୟପାଳ ପଦକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦେଶ ପାଳୁଛି ୭୭ ତମ ସାଧାରଣତନ୍ତ୍ର ଦିବସ । ତ୍ରିରଙ୍ଗା ରଙ୍ଗରେ ରଂଗୀନ ସାରା ଦେଶ । ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି ଅବସରରେ ମୋଟ୍ ୨୦ ଜଣଙ୍କୁ ମିଳିଛି ରାଜ୍ୟପାଳ ପଦକ । ଆଇଜି ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଛି ରାଜ୍ୟପାଳ ପଦକ । ପୁରୀ ଏସପି ପ୍ରତୀକ ସିଂ, ଭିଜିଲାନ୍ସ ଏଏସପି ଅନୁପମା ମହାପାତ୍ର ପାଇଲେ ପଦକ । ସଚିବାନନ୍ଦ ରଥ ଓ ପ୍ରସନ୍ନ ରାଉତଙ୍କୁ ମଧ୍ୟ ରାଜ୍ୟପାଳ ପଦକ ମିଳିଛି ।

    ଏହା ସହ ମୋଟ୍ ୩୧ ଜଣ ରାଷ୍ଟ୍ରପତି ପୋଲିସ ସେବା ପଦକରେ ସମ୍ମାନୀତ ହୋଇଛନ୍ତି । ସେଥି ମଧ୍ୟରୁ ଓଡିଶାରୁ ଜଣେ ସିବିଆଇ ଅଧିକାରୀ ସମ୍ମାନୀତ ହୋଇଛନ୍ତି । ସାହସିକତା ପାଇଁ ଓଡିଶାରେ ୪ ଜଣ ପାଇଲେ ପଦକ । ଉଲ୍ଲେଖନୀୟ ସେବା ପାଇଁ ଓଡିଶାରୁ ୨ ଜଣଙ୍କୁ ମିଳିଛି ପଦକ । ପ୍ରଶଂସନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିଛି ପଦକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    12 %
    3.7kmh
    2 %
    Sun
    39 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ