Thursday, September 24, 2026
24.7 C
Odisha

    ୭ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଲଘୁଚାପ ଘନଉଥିବା ବେଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତଳିଆ ଅଞ୍ଚଳ ଜଳମଗ୍ନ ରହିଛି। ଆଜି ପ୍ରବଳ ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ ଦିଆଯାଇଛି। ଭୀଷଣ ବର୍ଷା ପାଇଁ ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୭ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଗାଣ ବର୍ଷା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.7 ° C
    24.7 °
    24.7 °
    95 %
    2kmh
    100 %
    Thu
    25 °
    Fri
    28 °
    Sat
    31 °
    Sun
    28 °
    Mon
    30 °

    ସମ୍ବନ୍ଧିତ