Saturday, June 13, 2026
39.2 C
Odisha

    ୭ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା ; ୨୪ ଘଣ୍ଟାରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରାୟ ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ୨୪ ଘଣ୍ଟାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.2 ° C
    39.2 °
    39.2 °
    26 %
    2.7kmh
    46 %
    Sat
    37 °
    Sun
    42 °
    Mon
    41 °
    Tue
    44 °
    Wed
    41 °

    ସମ୍ବନ୍ଧିତ