Thursday, September 17, 2026
25 C
Odisha

    ‘ସୁଭଦ୍ରା’ ଖାତାକୁ ଗଲା ୧ ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

    ସେ କହିଛନ୍ତି ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠା ଯାଇଛି। ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା ନ ପହଞ୍ଚିବା ଯାଏଁ ପଞ୍ଜିକରଣ ଜାରି ରହିବ।

    ୧୭ ତାରିଖକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀଙ୍କ ଜନ୍ମ ଦିନରେ ଏହି ଟଙ୍କା ପଞ୍ଜିକରଣ କରିଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ୧୭ ତାରିଖ ପରେ ପଞ୍ଜିକରଣ ହୋଇଥିବା ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଇତିମଧ୍ୟରେ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି। ୧ କୋଟିରୁ ଅଧିକ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

    ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନା ଶୁଭାରମ୍ଭ ପୂର୍ବରୁ ରାଜ୍ୟର ୧୦ ହଜାର ସ୍ଥାନରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆରମ୍ଭ ହୋଇଛି। ଏନେଇ ସଚେତନତା ରାଲି ସପ୍ତାହେ ପର୍ଯ୍ୟନ୍ତ ଗାଁ ତଥା ସହରରେ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25 ° C
    25 °
    25 °
    88 %
    1.3kmh
    40 %
    Wed
    25 °
    Thu
    32 °
    Fri
    32 °
    Sat
    31 °
    Sun
    30 °

    ସମ୍ବନ୍ଧିତ