Wednesday, September 30, 2026
23.8 C
Odisha

    ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

    ଆଗକୁ ପଢନ୍ତୁ

    କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଉଛି। ନଗର କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳିତ ହେଉଛି। ଆଜି କେବଳ ଦୋକାନ, ବଜାର ବନ୍ଦ ରହିବ। କିନ୍ତୁ ସ୍କୁଲ ଓ କଲେଜ ସହ ସରକାରୀ ଅନୁଷ୍ଠାନ ଖୋଲା ରହିବ ବୋଲି ଜଣାଯାଇଛି। ଆଜି ସକାଳୁ ସକାଳୁ କଂଗ୍ରେସ କର୍ମୀମାନେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦ କରୁଥିବା ପରିଲକ୍ଷିତ ହୋଇଛି। ବିଧାୟକଙ୍କ ଭାଇ ତଥା ନଗରପାଳ ବରିୟାମ ସିଂ ସାଲୁଜାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଏକ ବାଇକ ରାଲି କରି ପିକେଟିଂ କରି ଦୋକାନ ବଜାରକୁ ବନ୍ଦ କରିଥିଲେ। ବନ୍ଦ ପାଳନରେ ଶତାଧିକ କଂଗ୍ରେସ କର୍ମୀ , ବିଧାୟକଙ୍କ ସମର୍ଥକ ସାମିଲ ଥିବା ଦେଖିବାକୁ ମିଳିଛି। ଏବେ କଣ୍ଟାବାଞ୍ଜି ରେ ଜନଜୀବନ ପ୍ରଭାବିତ ହୋଇଛି।ସୂଚନାଯୋଗ୍ୟ, ଗତକାଲି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ମିଳିଥିଲା। ତାଙ୍କୁ ହତ୍ୟା ଧମକ ନେଇ ସହରର ଦୁଇଟି ସ୍ଥାନରେ ବ୍ୟାନର ଲାଗିଥିଲା। ଏଥିରେ ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ଉଲ୍ଲେଖ ରହିଥିଲା। କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାହାରେ ଥିବା ଏକ ଦୋକାନରେ ବ୍ୟାନର ଲାଗିଛି। ବ୍ୟାନର ଧଳା ରଙ୍ଗର ଥିବା ବେଳେ ଏଥିରେ ଲାଲ ଅକ୍ଷରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା କରିବି ବୋଲି ଲେଖା ରହିଛି। ତେବେ ବ୍ୟାନରରେ ଜଣେ ଅଜଣା ଯୁବକଙ୍କ ଫଟୋ ମଧ୍ୟ ରହିଛି। ପୋଷ୍ଟର ଦେଖି ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୁଲିସ ବ୍ୟାନର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ