Thursday, May 9, 2024
24.7 C
Odisha

    ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। ଏହାସହ ନବ ନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।
    ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇଛନ୍ତି । ଅର୍ଥ ବିଭାଗରେ ମୋଟ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ ଜଣ କନିଷ୍ଠ କିରାଣୀ ଓ ୮ ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି । କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ କ୍ରୀଡା ବିଭାଗରେ ୧୬୦ ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯାଇଛି । ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    81 %
    2kmh
    21 %
    Thu
    24 °
    Fri
    39 °
    Sat
    40 °
    Sun
    40 °
    Mon
    40 °

    ସମ୍ବନ୍ଧିତ