Tuesday, September 8, 2026
26.4 C
Odisha

    କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି।କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ। ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଶ୍ରୀ ଜେନା ଏବଂ ଶ୍ରୀ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରକାଶ କରିଛନ୍ତି ।
    ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଜାଭେଲିନ୍‌ ଥ୍ରୋରେ ଶ୍ରୀ ଜେନା ଏବଂ ହକି ତାରକା ଶ୍ରୀ ରୋହିଦାସଙ୍କୁ ଉତ୍ସାହିତ କରିବା ପାଇଁ ଏହି ଆର୍ଥିକ ସହାୟତା ଏକ ପ୍ରୟାସ ମାତ୍ର। ଉଭୟଙ୍କ ସାମର୍ଥ୍ୟ ଉପରେ ଓଡ଼ିଶାବାସୀଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଅଲିମ୍ପିକ୍ସରେ ନିଜର ଶ୍ରେଷ୍ଠତମ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶିତ କରି ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶାବ୍ୟକ୍ତ କରିଛନ୍ତି।

    ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ। ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.4 ° C
    26.4 °
    26.4 °
    88 %
    1kmh
    91 %
    Tue
    27 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ