Thursday, March 12, 2026
25.8 C
Odisha

    ଆଜି ନିଯୁକ୍ତି ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେ‌ମାଟିକ୍‌)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମଠାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍‌)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

    ଚୟନ ହୋଇଥିବା ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ୪୨୪ଜଣ ଥିବା ବେଳେ ବାଲେଶ୍ୱରରେ ୬୦୦, ବରଗଡ଼ରେ ୪୭୯, ଭଦ୍ରକରେ ୨୬୦, ବଲାଙ୍ଗୀରରେ ୧,୦୮୦, ବୌଦ୍ଧରେ ୬୫, କଟକରେ ୮୯୩, ଦେବଗଡ଼ରେ ୨୧, ଢେଙ୍କାନାଳରେ ୫୮୩, ଗଜପତିରେ ୧୩, ଗଞ୍ଜାମରେ ୧,୨୬୪, ଜଗତସିଂହପୁରରେ ୮୮, ଯାଜପୁରରେ ୮୭୨, ଝାରସୁଗୁଡ଼ାରେ ୩୮, କଳାହାଣ୍ଡିରେ ୮୧୧, କନ୍ଧମାଳରେ ୧୫୧, କେନ୍ଦ୍ରାପଡ଼ାରେ ୧,୦୩୮, କେନ୍ଦୁଝରରେ ୧,୩୨୯, ଖୋର୍ଦ୍ଧାରେ ୭୫୩, କୋରାପୁଟରେ ୯୨୨, ମାଲକାନଗିରି ଜିଲ୍ଲାରେ ୫୫୫ ଜଣ ରହିଛନ୍ତି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ୮୨୭, ନବରଙ୍ଗପୁରରେ ୮୬୦, ନୟାଗଡ଼ରେ ୮୩, ନୂଆପଡ଼ାରେ ୨୨୧, ପୁରୀରେ ୭୩୩, ରାୟଗଡ଼ାରେ ୫୧୧, ସମ୍ବଲପୁରରେ ୨୧୮, ସୁବର୍ଣ୍ଣପୁରରେ ୧୫୭ ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦ ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି। ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ପିଲାଙ୍କ ଭବିଷ୍ୟତ ଗଢ଼ିବା ଦିଗରେ ଏହା ସହାୟକ ହେବ। ୨୦୩୬ ସୁଦ୍ଧା ରାଜ୍ୟ ସରକାର ବିକଶିତ ଓଡ଼ିଶା ଗଠନର ଯେଉଁ ଲକ୍ଷ୍ୟ ରଖିଛନ୍ତି ସେ ଦିନରେ ଏହି ପଦକ୍ଷେପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.8 ° C
    25.8 °
    25.8 °
    18 %
    2.3kmh
    0 %
    Thu
    26 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ