Sunday, September 13, 2026
28.7 C
Odisha

    ଚଣ୍ଡିଖୋଲରେ ୧୯,୬୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଚଣ୍ଡିଖୋଲରେ ୧୯,୬୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
    ମାର୍ଚ୍ଚ ୪-୬ ରେ ତେଲଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଓ
    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ମାର୍ଚ୍ଚ ୪-୬, ୨୦୨୪ ରେ ତେଲଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ। ମାର୍ଚ୍ଚ ୫ ତାରିଖ ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ପ୍ରଧାନମନ୍ତ୍ରୀ ଯାଜପୁରର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କରିବେ। ଏହି ପ୍ରକଳ୍ପ ଗୁଡ଼ିକ ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରର ଅଟେ।
    ପ୍ରଧାନମନ୍ତ୍ରୀ ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ ମନୋ ଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦଘାଟନ କରିବେ ଯାହା ଭାରତର ଆମଦାନୀ ନିର୍ଭରଶୀଳତାକୁ ହ୍ରାସ କରିବାରେ ଆହୁରି ସହାୟକ ହେବ। ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବର ପ୍ରଡକ୍ଟ ପାଇପଲାଇନକୁ ଉଦଘାଟନ କରିବେ। ଭାରତର ପୂର୍ବ ଉପକୂଳରେ ଆମଦାନୀ ଭିତ୍ତିଭୂମି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ପାରାଦୀପରେ ୦.୬ ଏମଏମଟିପିଏ ଏଲପିଜି ଆମଦାନୀ ସୁବିଧାର ଉଦଘାଟନ କରିବେ।
    ଏହି ଅଞ୍ଚଳରେ ସଡ଼କ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରାଜପଥ-୪୯ର ସିଙ୍ଗଡ଼ାରୁ ବିଞ୍ଜାବାହାଲ ସେକ୍ସନର ଚାରି ଲେନ୍, ୪୯ ନମ୍ବର ଜାତୀୟ ରାଜପଥର ବିଞ୍ଜାବାହାଲରୁ ତିଲେଇବଣୀ ସେକ୍ସନର ୪ ଲେନ୍; ୧୮ ନମ୍ବର ଜାତୀୟ ରାଜପଥର ବାଲେଶ୍ୱର-ଝାରପୋଖରିଆ ସେକ୍ସନର ୪ ଲେନ୍ ଏବଂ ୧୬ ନମ୍ବର ଜାତୀୟ ରାଜପଥର ଟାଙ୍ଗୀ-ଭୁବନେଶ୍ୱର ସେକ୍ସନର ୪ ଲେନ୍ କାର୍ଯ୍ୟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଚଣ୍ଡିଖୋଲଠାରେ ଚଣ୍ଡିଖୋଲ- ପାରାଦୀପ ସେକ୍ସନର ଆଠ ଲେନ୍ ରାସ୍ତା ନିର୍ମାଣ ପାଇଁ ଶିଳାନ୍ୟାସ ମଧ୍ୟ କରିବେ।

    ରେଳ ସଂଯୋଗର ଆଧୁନିକୀକରଣ ଏବଂ ସମ୍ପ୍ରସାରଣ ଉପରେ ଗୁରୁତ୍ୱ ଦେବା ସହିତ ରେଳ ନେଟୱାର୍କର ସମ୍ପ୍ରସାରଣ ମଧ୍ୟ କରାଯିବ । ପ୍ରଧାନମନ୍ତ୍ରୀ ୧୬୨ କିଲୋମିଟର ବାଂଶପାଣି-ଦୈତାରୀ-ଟମକା-ଜଖପୁରା ରେଳ ଲାଇନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହା କେବଳ ବର୍ତ୍ତମାନର ଟ୍ରାଫିକ୍ ସୁବିଧାର କ୍ଷମତା ବୃଦ୍ଧି କରିବ ନାହିଁ ବରଂ କେନ୍ଦୁଝର ଜିଲ୍ଲାରୁ ନିକଟସ୍ଥ ବନ୍ଦର ଏବଂ ଇସ୍ପାତ କାରଖାନାକୁ ଲୁହା ଓ ମାଙ୍ଗାନିଜ ପଥରର ଦକ୍ଷ ପରିବହନକୁ ସହଜ କରିବ, ଯାହା ଆଞ୍ଚଳିକ ଅର୍ଥନୈତିକ ଅଭିବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବ। ଘରୋଇ ଓ ଅନ୍ତର୍ଜାତୀୟ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କଳିଙ୍ଗ ନଗରରେ କନକୋର କଣ୍ଟେନର ଡିପୋର ଉଦଘାଟନ କରାଯିବ। ନର୍ଲାଠାରେ ଇଲେକ୍ଟ୍ରିକ୍ ଲୋକୋ ପିରିଓଡିକାଲ ଓଭରହୋଲିଂ ୱାର୍କସପ୍, କଣ୍ଟାବାଞ୍ଜିରେ ଓ୍ଵାଗନ୍ ପିରିଓଡିକାଲ୍‌ ଓଭରହୋଲିଂ ୱାର୍କସପ୍ ଏବଂ ବାଘୁଆପାଳରେ ରକ୍ଷଣାବେକ୍ଷଣ ସୁବିଧାର ଉନ୍ନତିକରଣ ଓ ବୃଦ୍ଧି ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ଗସ୍ତ ସମୟରେ ନୂତନ ଟ୍ରେନ୍ ସେବାର ଶୁଭାରମ୍ଭ ସମେତ ଅନ୍ୟାନ୍ୟ ରେଳ ପ୍ରକଳ୍ପ ମଧ୍ୟ ହାତକୁ ନିଆଯିବ।

    ପ୍ରଧାନମନ୍ତ୍ରୀ ଆଇଆରଇଏଲ୍ (ଆଇ) ଲିମିଟେଡର ଓଡ଼ିଶା ସ୍ୟାଣ୍ଡସ କମ୍ପ୍ଲେକ୍ସରେ ୫ ଏମଏଲଡି କ୍ଷମତା ବିଶିଷ୍ଟ ସମୁଦ୍ର ଜଳ ଡିସାଲିନେସନ ପ୍ଲାଣ୍ଟକୁ ଉଦଘାଟନ କରିବେ। ଭାବା ପରମାଣୁ ଗବେଷଣା କେନ୍ଦ୍ର ଦ୍ୱାରା ବିକଶିତ ସ୍ୱଦେଶୀ ଡିସାଲିନେସନ୍ ଟେକ୍ନୋଲୋଜିର କ୍ଷେତ୍ର ପ୍ରୟୋଗର ଏକ ଅଂଶ ଭାବରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ