Friday, October 2, 2026
23.8 C
Odisha

    ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳ ୮ଟା ୩୦ ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆଜି ସକାଳ ସାଢେ ୮ଟାରୁ ଆସନ୍ତାକାଲି ସକାଳ ସାଢେ ୮ଟା ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଂଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି। ଏହା ଅଧିକ ଘନୀଭୁତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ରୁ ବର୍ଷାର ପ୍ରଭାବ କମିବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    86 %
    1.5kmh
    72 %
    Fri
    23 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ