Thursday, September 19, 2024
25.2 C
Odisha

    ଉଧମପୁରରେ ସେନା ଗୁଳିରେ ୨ ଜୈସ ଆତଙ୍କବାଦୀ ନିପାତ

    ଆଗକୁ ପଢନ୍ତୁ

    ଶ୍ରୀନଗର : ଜମ୍ମୁ-କଶ୍ମୀରର ଉଧମପୁର ଜିଲ୍ଲାରେ ବୁଧବାର ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଜୈସ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ୪ ଜଣ ସଶସ୍ତ୍ର ଆତଙ୍କବାଦୀ ଏହି ଅଞ୍ଚଳରେ ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷା ବାହିନୀ ଘେରି ରହିଛି। ଏହି ଏନକାଉଣ୍ଟରରେ ସୁରକ୍ଷାବାହିନୀ ୨ ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିବା ସୂଚନା ମିଳିଛି ।

    ଏ ସମ୍ପର୍କରେ ସୂଚନା ଦେଇ ପ୍ରତିରକ୍ଷା ମୁଖପାତ୍ର କହିଛନ୍ତି ଯେ ନିର୍ଦ୍ଦିଷ୍ଟ ଗୁଇନ୍ଦା ସୂଚନା ଆଧାରରେ କଠୁଆରେ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ଏବଂ କଠୁଆ-ବସନ୍ତଗଡ଼ ସୀମାରେ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀ ଘେରିଯାଇଥିଲା। ଏହି ଅଞ୍ଚଳକୁ ଘେରାବନ୍ଦୀ କରାଯିବା ସହ ଉଭୟ ପକ୍ଷରୁ କିଛି ରାଉଣ୍ଡ ଗୁଳିଚାଳନା ହୋଇଥିବା ପୁଲିସ କହିଛି।

    ଏ ସମ୍ପର୍କରେ ସୂଚନା ଦେଇ ପ୍ରତିରକ୍ଷା ମୁଖପାତ୍ର କହିଛନ୍ତି ଯେ ନିର୍ଦ୍ଦିଷ୍ଟ ଗୁଇନ୍ଦା ସୂଚନା ଆଧାରରେ କଠୁଆରେ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ଏବଂ କଠୁଆ-ବସନ୍ତଗଡ଼ ସୀମାରେ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀ ଘେରିଯାଇଥିଲା।
    ସୂଚନାଯୋଗ୍ୟ ଯେ, ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି, ନିର୍ବାଚନ ଯୋଗୁଁ ହଠାତ୍ ଆତଙ୍କବାଦୀ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧୮, ଦ୍ବିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୨୫ ଓ ତୃତୀୟ ପର୍ଯ୍ୟାୟ ଅକ୍ଟୋବର ୧ରେ ଅନୁଷ୍ଠିତ ହେବ। ଏହି କାରଣରୁ ଗୁଇନ୍ଦା ସଂସ୍ଥାକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆତଙ୍କବାଦୀ ଗତିବିଧି ସମ୍ପର୍କରେ ସୂଚନା ମିଳିଥିଲା, ଯେଉଁଥିରେ ଜମ୍ମୁ-କଶ୍ମୀର ନିର୍ବାଚନ ଏବଂ କୈଳାସ କୁଣ୍ଡ ଯାତ୍ରା ଉପରେ ଆକ୍ରମଣ ହେବାର ସମ୍ଭାବନା ରହିଛି। ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଓ ପୁଲିସ ଘାଟି ଉପରେ ମଧ୍ୟ ଆକ୍ରମଣ କରିପାରନ୍ତି ବୋଲି କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    91 %
    1.1kmh
    100 %
    Thu
    25 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ