Wednesday, September 30, 2026
22.9 C
Odisha

    ରାଜ୍ୟରେ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ତେଣେ ଗଞ୍ଜାମ ଜିଲ୍ଲାକୁ ଫେରିଛି କୋଭିଡ କଟକଣା। କୋଭିଡ ନିୟମାବଳୀ ମାନିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ ପ୍ରଶାସନ ପକ୍ଷରୁ ତୀକ୍ଷଣ ନଜର ରଖାଯାଇଥିବା ସେ କହିଛନ୍ତି।

    ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ଗତକାଲି କହିଥିଲେ, ସମସ୍ତ ସଂକ୍ରମିତଙ୍କ ଲକ୍ଷଣ କମ ଅଛି। ସେମାନଙ୍କର କେବଳ ଥଣ୍ଡା କାଶ ରହିଛି। କେହି ହସ୍ପିଟାଲରେ ନାହାନ୍ତି. ଘରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇ ରୋଗୀ କଟକର। ତୃତୀୟ ରୋଗୀ ଗତକାଲି ଚିହ୍ନଟ ହୋଇଛି। ତାଙ୍କର ପ୍ରୋଟୋକଲ ଅନୁସାରେ ତଦନ୍ତ କରାଯାଉଛି। ପ୍ରଥମ ଦୁଇ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ନାହିଁ। ତୃତୀୟଙ୍କ ଯାଞ୍ଚ ଚାଲିଛି। ସର୍ଭେଲାନ୍ସ ଆହୁରି ବଢ଼ାଯିବ। ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.9 ° C
    22.9 °
    22.9 °
    85 %
    1.1kmh
    82 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ