Tuesday, September 29, 2026
23.8 C
Odisha

    ଗତ ୩ ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ: ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗତ ୩ ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି, ବିଗତ ଦିନରେ ବଢିଛି ଦାଦନ ସମସ୍ୟା। ସେହି ସମସ୍ୟା ଏବେ ଗଞ୍ଜାମ ଜିଲ୍ଲାରେ ସବାଧିକ ହୋଇଛି। ଦାଦନ ସମସ୍ୟା ପରେ ଏବେ ଏବେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୩ଜଣ ପ୍ରାଣ ହରାଇଛନ୍ତି। ଠିକ୍ ସେହିପରି ବଲାଙ୍ଗୀରରୁ ୨୬ଜଣ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି। ମୃତ ୨୩୩ଜଣଙ୍କ ମଧ୍ୟରୁ ୧୯୯ ଜଣଙ୍କ ଶବ ଓଡ଼ିଶାକୁ ଫେରିଛି। ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆହୁରି କହିଛନ୍ତି, ଓଡ଼ିଶାରେ ଲାଗି ରହିଥ‌ବା ଦାଦନ ସମସ୍ୟାର ସମାଧାନ ନିମନ୍ତେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି।  ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ  ଉପ ମୁଖ୍ୟମନ୍ତ୍ରୀ, ମହିଳା ଏବଂ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ଏବଂ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ନେଇ ଅକ୍ଟୋବର-୨୦୨୪ ରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି।ଏହା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମାଧ୍ୟମରେ  କାର୍ଯ୍ୟ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ