Tuesday, March 4, 2025
24.7 C
Odisha

    ଆଜି ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନରେ ଇଂରାଜୀ ପରୀକ୍ଷା

    ଆଗକୁ ପଢନ୍ତୁ

    ଆଜି ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ, ଇଂରାଜୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କପି ରୋକିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିଛି ସିସିଟିଭି କ୍ୟାମେରା । ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ ଏଆଇ ଦ୍ୱାରା କେତେକ ପରୀକ୍ଷା କେନ୍ଦ୍ରରୁ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଥିବା ବେଳେ ତ୍ରୁଟି ସୁଧାରିବାକୁ ସଜାଗ ହୋଇଛି ବୋର୍ଡ । ପରୀକ୍ଷା ସୁପରିଚାଳନା ପାଇଁ ଏଥର ବିଶେଷ ବ୍ୟବସ୍ଥା କରିଛି ବୋର୍ଡ । କପି ରୋକିବାକୁ ୪୨ଟି ବୋର୍ଡ ସ୍କ୍ୱାଡ, ୭୨ଟି ଫ୍ଲାଇଂ ସ୍କ୍ୱାଡ ଗଠନ ହୋଇଛି । ସମ୍ବେଦଶନଶୀଳ ଓ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଏଆଇ କ୍ୟାମେରା ବ୍ୟାବସ୍ଥା କରାଯିବା ସହ ସମସ୍ତ ନୋଡାଲ ସେଂଟରରେ ଲାଇଭ ଷ୍ଟ୍ରିମିଂ କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଖଂଜା ଯାଇଛି । ପରୀକ୍ଷା କେନ୍ଦ୍ରରେ ଏଥର କଡ଼ା ପୁଲିସ ପାଟ୍ରୋଲିଂ କରାଯାଇଛି । ରାଜ୍ୟର ୨ହଜାର ୯୯୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫ଲକ୍ଷ ୫୧ ହଜାର ପରୀକ୍ଷାର୍ଥୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.7 ° C
    24.7 °
    24.7 °
    24 %
    2kmh
    39 %
    Tue
    25 °
    Wed
    35 °
    Thu
    34 °
    Fri
    36 °
    Sat
    39 °

    ସମ୍ବନ୍ଧିତ