Sunday, October 4, 2026
24.3 C
Odisha

    କେନ୍ଦ୍ର ଖୋଲିଲା ପେଡି: ଓଡିଶା ମଧ୍ୟରେ ଏକାସଙ୍ଗେ ଗଡିବ ୩ଟି ନୂଆ ବନ୍ଦେ ଭାରତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଗୋଟିଏ କି ଦୁଇଟି ନୁହେଁ ଓଡିଶା ମଧ୍ୟରେ ଗଡିବ ଏକାସଙ୍ଗେ ତିନିଟି ନୂଆ ବନ୍ଦେ ଭାରତ ଟ୍ରେନ | ଯାତ୍ରୀଙ୍କ ସମୟ ବଞ୍ଚାଇବା ସହ ଦୁଇଟି ରାଜ୍ୟକୁ ସଂଯୋଗ ପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟର ଏହି ହାଇସ୍ପିଡ଼ ଟ୍ରେନ ଏବେ ଓଡ଼ିଶାର କୋଣ ଅନୁକୋଣକୁ ଛୁଇଁବ |

    ମିଳିଥିବା ସୂଚନା ମୁତାବକ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।

    ସୂଚନାଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।
    ଏହି ସବୁ ଷ୍ଟେସନରେ ରହିପାରେ ବନ୍ଦେ ଭାରତ!
    ଟାଟା-ବ୍ରହ୍ମପୁର ବନ୍ଦେ ଭାରତ: ବାଂଶପାଣି, କେନ୍ଦୁଝରଗଡ଼, ହରିଚନ୍ଦନପୁର, ଯଖପୁରା, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ଼, ବାଲୁଗାଁ, ବ୍ରହ୍ମପୁର
    ରାଉରକେଲା-ହାୱଡା ବନ୍ଦେ ଭାରତ : ହାୱଡା, ଖଡ଼ଗପୁର, ଟାଟାନଗର, ଚକ୍ରଧରପୁର ଓ ରାଉରକେଲା
    ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ: ଖରିଆର ରୋଡ଼, କଣ୍ଟାବାଞ୍ଜି, ଟିଟିଲାଗଡ, ରାୟଗଡା
    ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ