Sunday, September 27, 2026
21.7 C
Odisha

    ୫ଟି ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟ: ଦ୍ବିତୀୟ ଦିନରେ ୬ଟି ଜିଲ୍ଲାର ୩୨୭ଟି ସ୍କୁଲ ଲୋକାର୍ପିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି ଓ କଟକର ୮୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

    ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

    ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ। ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.7 ° C
    21.7 °
    21.7 °
    96 %
    1.3kmh
    39 %
    Sun
    29 °
    Mon
    30 °
    Tue
    30 °
    Wed
    30 °
    Thu
    31 °

    ସମ୍ବନ୍ଧିତ