ଭୁବନେଶ୍ୱର: ଆଉ ୩ ଦିନ ବଢ଼ିଲା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଭୁବନେଶ୍ୱର ଜନତା ମୈଦାନ ଠାରେ ଅନୁଷ୍ଠିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଆଉ ୩ ଦିନ ପାଇଁ ବୃଦ୍ଧି କରାଯାଇଛି। ଏହା ସହ ଏଣିକି ପ୍ରତି ୫ ବର୍ଷରେ ଥରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି।