Saturday, October 10, 2026
24.5 C
Odisha

    ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆଣିବେ। ସେ ଆହୁରି କହିଛନ୍ତି, ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।
    ଏଣେ ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍। ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ,ସେନେଇ ନୂଆ ଗାଇଡ଼ ଲାଇନ ଆସିବ।
    ଏନେଇ ଗତକାଲି ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୁଭଦ୍ରା ଯୋଜନାରେ ଅଯୋଗ୍ୟ ଘୋଷିତ ହେଇଥିବା ୨ ଲକ୍ଷ ୬୭ ହଜାର ରିଜେକ୍ଟ ଲିଷ୍ଟ ଉପରେ ଏହି ବୈଠକରେ ଆଲୋଚନା ହୋଇଛି। ଆଉ କେଉଁ ଆଧାରରେ କେମିତି ସେମାନଙ୍କର ଭେରିଫିକେସନ୍ କରାଯିବ ସେନେଇ ନିଷ୍ପତ୍ତି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    77 %
    0.4kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ