ତୃତୀୟ ଲହରର ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ନିୟମ ମାନିବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ତୃତୀୟ ଲହରର ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ନିୟମ ମାନିବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ବଢୁଥିବା ବେଳେ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଜୋରଦାର ପ୍ରସ୍ତୁତି କରିଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସରକାର ପ୍ରସ୍ତୁତିକୁ ଜୋରଦାର କରିଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି । ଏହା ଭିତରେ ତୃତୀୟ ଲହର ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରସ୍ତୁତ ଥିବା ବେଳେ ଜେନେରାଲ ବେଡକୁ ବଢାଯାଇଛି । ଏପରିକି ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ପେଡ଼ିଆଟ୍ରିକ ବେଡ଼ ସଂଖ୍ୟା ବଢିବା ନେଇ ପ୍ରସ୍ତୁତି ଚାଲିଛି । ଆବଶ୍ୟକୀୟ ଉପକରଣ, ଅକ୍ସିଜେନ, ଭିତ୍ତିଭୂମି ପ୍ରସ୍ତୁତ ରହିଛି । ଅକ୍ସିଜେନ ପ୍ଲାଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଛି । ଯେହେତୁ ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି, ସେଥିପାଇଁ ଆବଶ୍ୟକ ଟ୍ରେନିଂ ଦିଆଯାଉଛି । ଉପରୁ ତଳସ୍ତର ଯାଏ ଡାକ୍ତର,ସ୍ୱାସ୍ଥ୍ୟ କର୍ମୀ ସମସ୍ତଙ୍କୁ ଟ୍ରେନିଂ ଦିଆଯାଉଛି । ଏହାସହ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଆମେ ବର୍ତ୍ତମାନ ଦ୍ଵିତୀୟ ଲହରରେ ଅଛେ , ସଂକ୍ରମଣ ଏବେ ବି ରହିଛି । ଯେଉଁ ଅଞ୍ଚଳରେ ଅଧିକ ଲୋକ ରହୁଛନ୍ତି, ସେଠି ସଂକ୍ରମଣ ରହୁଛି । ଅନ୍ୟ ରାଜ୍ୟ, ଅନ୍ୟ ଦେଶରେ ସଂକ୍ରମଣ ବଢ଼ିଲାଣି । ତେଣୁ ଆମକୁ ସତର୍କ ରହିବାକୁ ପଡ଼ିବ ,ସାବଧାନ ରହିବାକୁ ପଡ଼ିବ । ଗାଇଡଲାଇନ ମାନିଲେ, କରୋନାକୁ ନିୟନ୍ତ୍ରଣ କରାଯାଇପାରିବ । ତେବେ ତୃତୀୟ ଲହର ଆସୁ ବା ନ ଆସୁ ଏଥିପାଇଁ ପ୍ରସ୍ତୁତ ରହିବାକୁ କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।