Sunday, September 6, 2026
30.4 C
Odisha

    ରାଉରକେଲାରେ ଝାଡାବାନ୍ତିରେ ଦୁଇ ଦିନରେ ଗଲାଣି ୪ ଜଣଙ୍କ ଜୀବନ

    ଆଗକୁ ପଢନ୍ତୁ

    ଝାଡାବାନ୍ତିରେ ୪ ଜଣଙ୍କର ମୃତ୍ୟୁ । ରାଉରକେଲାରେ ଦୁଇ ଦିନରେ ୪ ଜଣଙ୍କର ମୃତ୍ୟୁ ଏବେ ଲୋକଙ୍କ ମନରେ ଆତଙ୍କ ଖେଳାଇଛି । ୧୦୨ ଜଣ ଆକ୍ରାନ୍ତ ଏବେ ରାଉରକେଲାର ଆଇଜିଏଚ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛନ୍ତି । ରାଉରକେଲାର ପାନପୋଷ ସହ ବସ୍ତି ଅଂଚଳ ତଥା ସେକ୍ଟର ଅଂଳଚରେ ଝାଡାବାନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ କେଉଁ କାରଣରୁ ହଠାତ୍ ଏଭଳି ଝାଡାବାନ୍ତି ବ୍ୟାପିଲା ତାର କାରଣ ଜଣାପଡିନାହିଁ । କାରଣ ଜାଣିବା ପାଇଁ ରୋଗୀଙ୍କ ନମୂନା ସଂଗ୍ରହ କରାଯାଇଛି । ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଆଶଙ୍କା ଥିବାରୁ ହସ୍ପିଟାଲରେ ବେଡ ସଂଖ୍ୟା ମଧ୍ୟ ବୃଦ୍ଧି କରାଯାଇଛି । ଆଜିଏଚ ହସ୍ପିଟାଲର ଭାରପ୍ରାପ୍ତ ଅଧିକାରୀ ସୁଧାରାଣୀ ପ୍ରଧାନ ଏନେଇ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.4 ° C
    30.4 °
    30.4 °
    69 %
    1.6kmh
    95 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    27 °

    ସମ୍ବନ୍ଧିତ