Tuesday, September 8, 2026
26.4 C
Odisha

    ୩୯ ଡିଗ୍ରି ଡେଇଁଲା ୫ ସହର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବାନୁମାନ ଅନୁଯାୟୀ ଦିନର ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୩୯ ଡିଗ୍ରି ଟପିଛି। ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୮ ଡିଗ୍ରିରେ ପହଞ୍ଚିବା ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ବୌଦ୍ଧରେ ୩୯.୫ ଡିଗ୍ରି ଥିବା ବେଳେ ନୟାଗଡ଼ରେ ୩୯.୨, ଟିଟିଲାଗଡ଼ରେ ୩୯.୨, ଭବାନୀପାଟଣାରେ ୩୯, ଫୁଲବାଣୀରେ ୩୮.୯, ତାଳଚେରରେ ୩୮.୬, ରାୟଗଡ଼ାରେ ୩୮.୬, କଟକରେ ୩୮.୪, ଝାରସୁଗୁଡ଼ାରେ ୩୮.୩, ମାଲକାନଗିରି ଓ ଚାନ୍ଦବାଲିରେ ୩୮.୨ ଓ ଅନୁଗୁଳରେ ୩୮.୧ ଡିଗ୍ରି ‌ରେକର୍ଡ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ୫ଟି ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଥିଲା। ଆସନ୍ତା ଦୁଇ ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ପଶ୍ଚିମ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରି ଉପରକୁ ଚାଲିଯିବ। ଏପ୍ରିଲ ପହିଲାରେ ୧୦ରୁ ଅଧିକ ସହରର ତାପମାତ୍ରା ୪୦ ଡିଗ୍ରି ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
    ଆହୁରି କୁହାଯାଇଛି ଯେ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ମୟୂରଭଞ୍ଜ ଜିଲ୍ଲାର ଉଦଳାଠାରେ ସର୍ବାଧିକ ୨୧ ମିମି ବର୍ଷା ହୋଇଛି। କାଳବୈଶାଖୀ ପ୍ରଭାବରେ ୪ରୁ ୫ ଦିନ ମଧ୍ୟରେ କାଁ ଭାଁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୩୦ ଓ ୩୧ ତାରିଖରେ ବିଜୁଳି ଓ ଘଡ଼ଘଡ଼ିର ପ୍ରଭାବ ଅଧିକ ରହିବ। ପରବର୍ତ୍ତୀ ସମୟରେ ପାଗରେ ସେଭଳି କୌଣସି ପରିବର୍ତ୍ତନ ହେବନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.4 ° C
    26.4 °
    26.4 °
    88 %
    1kmh
    91 %
    Tue
    27 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ