ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର । ଏହା ସହ ୩ ହଜାର ପାରା ମେଡିକାଲ ଷ୍ଟାଫ ମଧ୍ୟ ନିଯୁକ୍ତି ପାଇବେ । ଏନେଇ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଆଜି ବିଧାନସଭାରେ ଏହା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ୨୦୧୪ ପରେ ଯେତେ ସବୁ ୧୦୦ ବେଡ ବିଶିଷ୍ଟ ମେଡିକାଲ କଲେଜ ଖୋଲିଛି ସେଥିପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି ।
ଏହା ସହ ଖୁବ ଶୀଘ୍ର ଭଦ୍ରକ ଜିଲ୍ଲାରେ ମେଡିକାଲ କଲେଜ ମଧ୍ୟ ଖୋଲିବ । ମୁଖ୍ୟମନ୍ତ୍ରୀ ଏହାକୁ ଉଦ୍ଘାଟନ କରିବେ । ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । ୨୦୧୪ ମସିହା ପରେ ଯେତେ ସବୁ ବଡ଼ ମେଡିକାଲ କଲେଜ ଖୋଲିଛି, ସେଥିପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି ବୋଲି ସେ ସୂଚନା ଦେଇଛନ୍ତି ।