Thursday, September 17, 2026
26.2 C
Odisha

    ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ସ୍କଲାରସିପ୍‌: ଛାତ୍ରକୁ ୯ ହଜାର ଓ ଛାତ୍ରୀଙ୍କୁ ୧୦ ହଜାର

    ଆଗକୁ ପଢନ୍ତୁ

    ଯାଜପୁର: ଯାଜପୁରରେ ରାଜ୍ୟର ଛାତ୍ରଛାତ୍ରୀଙ୍କ ଲାଗି ବଡ଼ ଘୋଷଣା। ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଲାଗି ନୂଆ-ଓ ସ୍କଲାରସିପ ଘୋଷଣା ହୋଇଛି। ଛାତ୍ରୀଙ୍କୁ ମିଳିବ ବାର୍ଷିକ ୧୦ ହଜାର ଟଙ୍କା ସ୍କଲାରସିପ୍। ଛାତ୍ରଙ୍କୁ ବାର୍ଷିକ ୯ ହଜାର ଟଙ୍କା ସ୍କଲାରସିପ୍ ମିଳିବ। ଯାଜପୁର ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଏ ଘୋଷଣା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

    ଚଳିତ ବର୍ଷରୁ ମିଳିବ ଏହି ସ୍କଲାରସିପ୍। ଚଳିତ ବର୍ଷର ସ୍କଲାରସିପ୍ ଆସନ୍ତା ଫେବ୍ରୁଆରୀ ୨୦ ତାରିଖରୁ ୨୫ ତାରିଖ ମଧ୍ୟରେ ମିଳିବ। ରାଜ୍ୟର ପ୍ରାୟ ୯୫ ପ୍ରତିଶତ ଛାତ୍ରଛାତ୍ରୀ ଉପକୃତ ହେବେ। ଏହି ଯୋଜନାରୁ ସରକାରୀ କର୍ମଚାରୀଙ୍କ ପିଲା ବାଦ ପଡିଛନ୍ତି। ସେହିପରି ଆୟକରଦାତାଙ୍କ ପୁଅ ଝିଅ ମଧ୍ୟ ଏ ସ୍କଲାରସିପ୍ ପାଇବେନି। ଅନ୍ୟ ସମସ୍ତ ଛାତ୍ର ଏ ସ୍କଲାରସିପ୍ ପାଇବେ ବୋଲି ଘୋଷଣା କରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଛାତ୍ରଛାତ୍ରୀଙ୍କ ଏକ୍ସଟ୍ରା କରିକୁଲାର ଆକ୍ଟିଭିଟିଜ ପାଇଁ ଅଧିକ ପଏଣ୍ଟ ବ୍ୟବସ୍ଥା ରହିଛି। କୋ-କରିକୁଲାର ଆକ୍ଟିଭିଟିଜରେ ପ୍ରଦର୍ଶନ ଅନୁସାରେ ମିଳିବ ପଏଣ୍ଟ। ଏହି ପଏଣ୍ଟ ମାଧ୍ୟମରେ ଛାତ୍ରଛାତ୍ରୀ ଆସନ୍ତା ବର୍ଷରୁ ଅଧିକ ପରିମାଣର ସ୍କଲାରସିପ୍ ପାଇପାରିବେ। ଯେଉଁ ଛାତ୍ରଛାତ୍ରୀଙ୍କ ଯେତେ ଅଧିକ ପଏଣ୍ଟ ରହିବ ସେ ଛାତ୍ରଛାତ୍ରୀ ସେତେ ଅଧିକା ସ୍କଲାରସିପ ପାଇବେ। ଛାତ୍ରଛାତ୍ରୀମାନେ ୧୫ ହଜାର ଟଙ୍କା ପର୍ଯ୍ୟନ୍ତ ସ୍କଲାରସିପ ପାଇପାରିବେ। ଏଥିଲାଗି ଛାତ୍ରଛାତ୍ରୀଙ୍କୁ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ସବୁଥିରେ ଅଂଶଗ୍ରହଣ କଲେ ପଏଣ୍ଟ ମିଳିବ।

    ସେହିପରି ଆସନ୍ତା ଅଗଷ୍ଟ ୧୫ ତାରିଖରୁ ନୂଆ-ଓ ମ୍ୟାଜିକ କାର୍ଡର ଘୋଷଣା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ମ୍ୟାଜିକ କାର୍ଡ। ଏହି ମ୍ୟାଜିକ୍ କାର୍ଡ ଜରିଆରେ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସୁବିଧା ମିଳିବ। କାର୍ଡ ଜରିଆରେ ଛାତ୍ରଛାତ୍ରୀଙ୍କୁ ରିହାତି ଦରରେ ଯାତ୍ରା ସୁବିଧା ଉପଲବ୍ଧ ହେବ। ସରକାରୀ ବସ୍, ଟ୍ରେନ ଓ ଫ୍ଲାଇଟରେ ରିହାତି ଦରରେ ଯାତ୍ରା କରିପାରିବେ ଛାତ୍ରଛାତ୍ରୀ। ସରକାରଙ୍କ ତରଫରୁ ବିଭିନ୍ନ ସ୍ଥାନରେ ଉପଲବ୍ଧ ହେଉଥିବା ୱାଇ-ଫାଇ ସୁବିଧା ଏହି କାର୍ଡରେ ମାଗଣାରେ ମିଳିବ। ଛାତ୍ରଛାତ୍ରୀଙ୍କ ସମସ୍ତ ଆକ୍ଟିଭିଟିର ତଥ୍ୟ ଏ କାର୍ଡରେ ରହିବ। ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଯେତେ ଅଧିକ ଅଂଶଗ୍ରହଣ କରିବେ ସେତେ ଏ କାର୍ଡ ରିଚାର୍ଜ ହୋଇ ଚାଲିବ। କାର୍ଡରେ ଛାତ୍ରଛାତ୍ରୀଙ୍କ ପଏଣ୍ଟ ବଢି ଚାଲିବ। ପଏଣ୍ଟ ଅଧିକା ବଢ଼ିଲେ ଛାତ୍ରଛାତ୍ରୀଙ୍କୁ ଅଧିକ ସ୍କଲାରସିପ ମିଳିବ। ଏଥିଲାଗି ଆସନ୍ତା ବର୍ଷରୁ ଛାତ୍ରଛାତ୍ରୀଙ୍କ ଲାଗି ୩ଶହ କୋଟିର କର୍ପସ ଫଣ୍ଡ ବ୍ୟବସ୍ଥା କରାଯାଇଛି। ନୂଆ-ଓ କାର୍ଯ୍ୟକ୍ରମ ଲାଗି ଏ କର୍ପସ ଫଣ୍ଡ ବ୍ୟବସ୍ଥା ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    84 %
    1.1kmh
    58 %
    Thu
    27 °
    Fri
    31 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ