Friday, September 18, 2026
25 C
Odisha

    ୫ଟି ସ୍କୁଲ ରୂପାନ୍ତରଣ : ଆଜି ୩୬୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଆଜି ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗିର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା ଜିଲ୍ଲାର ୬୦ ଓ ନୂଆପଡ଼ା ଜିଲ୍ଲାର ୩୩ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି । ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    87 %
    1.2kmh
    98 %
    Thu
    25 °
    Fri
    31 °
    Sat
    31 °
    Sun
    31 °
    Mon
    31 °

    ସମ୍ବନ୍ଧିତ