Monday, November 16, 2026
17.6 C
Odisha

    ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍, ୨୦ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ

    ଆଗକୁ ପଢନ୍ତୁ

    ସମ୍ବଲପୁର: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ । ଏହାକୁ ମିଶାଇ ଏବେ ମୋଟ୍ ୨୦ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ। ଆଜି ସକାଳ ସାଢେ ୯ଟାରେ ପୂଜାର୍ଚ୍ଚନା କରାଯାଇ ୭ଟି ଗେଟ୍ ଖୋଲାଯାଇଥିଲା। ଏହାପରେ ଆଉ ୭ଟି ଗେଟ୍ ଖୋଲାଯାଇଥିଲା। ବର୍ତ୍ତମାନ ଡାହାଣ ପଟେ ୬ଟି ଓ ବାମ ପାର୍ଶ୍ୱରେ ୧୪ଟି ଗେଟ୍ ଖୋଲାଯାଇଛି। ଯେହେତୁ ଡ୍ୟାମ ଭିତରକୁ ବନ୍ୟାଜଳର ପ୍ରବେଶ ବଢୁଛି, ତେଣୁ ଆଗକୁ ଆହୁରି ଅଧିକ ଗେଟ୍ ଖୋଲିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ। କିନ୍ତୁ ଏବେ ଏବେ ନୁହେଁ ଆସନ୍ତାକାଲି ଜଳସ୍ତରକୁ ଦେଖି ଅଧିକ ଗେଟ୍ ଖୋଲା ଯିବ କି ନାହିଁ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ।୨୦ଟି ଗେଟ୍ ଖୋଲିଥିବାରୁ ତଳିଆ ଅଞ୍ଚଳରେ ଲୋକଙ୍କୁ ସତର୍କ କରାଯାଇଛି। ପାଣି ବଢୁଥିବାରୁ ତଳିଆ ଅଞ୍ଚଳବାସୀଙ୍କୁ ଉଚ୍ଚ ସ୍ଥାନକୁ ଚାଲିଯିବାକୁ ସମ୍ପୃକ୍ତ ଜିଲ୍ଲାପାଳମାନେ ସତର୍କ କରାଇଛନ୍ତି। ତେବେ ବନ୍ୟା ଜଳର ନିଷ୍କାସନ ଯାହା ରହିଛି, ତାହାକୁ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି କରିନପାରେ ବୋଲି କହିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    17.6 ° C
    17.6 °
    17.6 °
    81 %
    1.2kmh
    86 %
    Mon
    27 °
    Tue
    26 °
    Wed
    25 °
    Thu
    21 °
    Fri
    19 °

    ସମ୍ବନ୍ଧିତ