Tuesday, September 29, 2026
23.2 C
Odisha

    ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ

    ଆଗକୁ ପଢନ୍ତୁ

    ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି। ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶର ମଞ୍ଚରେ ୧୩ଜଣ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ଚାଷୀଙ୍କ ମିଛ ପ୍ରତିଶ୍ରୁତି ଦେଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ପ୍ରତିଶ୍ରୁତି ରକ୍ଷା କରି ନଥିଲେ। ଆପଣମାନେ ରାଜ୍ୟରେ ବିଜେପି ସରକାରକୁ ଆଣିଥିବାରୁ ଧନ୍ୟବାଦ। ସରକାର ଶପଥ ପାଠ କରିବାର ଏକ ଘଣ୍ଟା ପରେ କ୍ୟାବିନେଟରେ ୨୩୦୦ ଟଙ୍କାର ଏମଏସପି ସହ ଇନପୁଟ୍ ସବସିଡି ପ୍ରଦାନ କରାଯିବାଲାଗି ନିଷ୍ପତ୍ତି ନିଆଯାଇଥିଲା। ଆଉ ଛଅ ମାସ ଭିତରେ ସରକାର ଚାଷୀଙ୍କୁ ଏହି ବୋନସ୍ ପ୍ରଦାନ କରି ନିଜର ପ୍ରତିଶ୍ରୁତି ପୂରଣ କରିଛନ୍ତି।

    ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ସାଂସଦ ପ୍ରଦୀପ ପୁରୋହିତ, ବିଧାୟକ ଈରାଶିଷ ଆଚାର୍ଯ୍ୟ, ଅଶ୍ବିନୀ ଷଡ଼ଙ୍ଗୀ ଓ ସନତ ଗଡ଼ତିୟା, ପଦ୍ମଶ୍ରୀ ହଳଧର ନାଗ ଓ ପଦ୍ମଶ୍ରୀ ଭାଗବତ ପ୍ରଧାନ ପ୍ରମୁଖ ଉପସ୍ଥିତ ଅଛନ୍ତି।

    ଏଣେ ଧାନ ଦଲାଲଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇ କହିଛନ୍ତି, ମଣ୍ଡିରେ ଦଲାଲି କଲେ ଜେଲ୍ ଯିବେ ଦଲାଲ। ସମାନ ଢଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଦଲାଲଙ୍କୁ ଟାର୍ଗେଟ୍ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    87 %
    1.3kmh
    4 %
    Mon
    23 °
    Tue
    30 °
    Wed
    30 °
    Thu
    29 °
    Fri
    30 °

    ସମ୍ବନ୍ଧିତ