Monday, October 5, 2026
31.3 C
Odisha

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୯ ମୃତ, ଏକାଧିକ ଆହତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ତାମିଲନାଡୁର ବିରୁଧୁନଗରରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୯ ଜଣ ମୃତ୍ୟୁବରଣ କରିଥିବାବେଳେ ଏକାଧିକ ଆହତ ହୋଇଛନ୍ତି । ମୃତକଙ୍କ ସଂଖ୍ୟା ଆଗକୁ ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ, ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନା ନିକଟରେ ଥିବା ଚାରୋଟି ବିଲ୍ଡିଂ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ୍ତ କରିଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, କାରଖାନାର ରାସାୟନିକ ମିଶ୍ରଣ ସ୍ଥାନରେ ପ୍ରଥମେ ବିସ୍ଫୋରଣ ଘଟିଥିଲା। ଏହାପରେ ଚାରିଆଡକୁ ନିଆଁ ବ୍ୟାପି ଯାଇଥିଲା। ବିସ୍ଫୋରଣ ବେଳେ ସାତ ଜଣଙ୍କର ମୃତ୍ୟୁ ଘଟିଥିଲା।ଡାକ୍ତରଖାନା ନେବା ବାଟରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ପ୍ରାଥମିକ ତଦନ୍ତ ମୁତାବକ ଏହି ବିସ୍ଫୋରଣ କାରଖାନାର କେମିକାଲ ମିକ୍ସିଂ ବେଳେ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.3 ° C
    31.3 °
    31.3 °
    48 %
    2.7kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ