Monday, March 30, 2026
40.5 C
Odisha

    ତୃତୀୟ ପର୍ଯ୍ୟାୟ ଶେଷ ସୁଦ୍ଧା ପୋଷ୍ଟାଲ ବାଲାଟରେ ପ୍ରାୟ ୯୪ ହଜାର ମତଦାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ରେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରାଧିକୃତ ଅନେକ ବର୍ଗର ମତଦାତାମାନେ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିଛନ୍ତିା ଏମାନଙ୍କ ମଧ୍ୟରେ ଭିନ୍ନକ୍ଷମ ମତଦାତା, ୮୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକ, ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀ, ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଆଦି ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରୁଛନ୍ତିା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଶେଷ ସୁଦ୍ଧା ପୋଷ୍ଟାଲ ବାଲାଟ ମାଧ୍ୟମରେ ପ୍ରାୟ ୯୪ ହଜାର ମତଦାନ ହୋଇସାରିଛିା ଏହା ମଧ୍ୟରେ ୮୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବରିଷ୍ଠ ମତଦାତା ଓ ଭିନ୍ନକ୍ଷମ ମତଦାତାମାନେ “ହୋମ୍ ଭୋଟିଙ୍ଗ୍’ ମାଧ୍ୟମରେ ମତଦାନ କରୁଥିବାବେଳେ ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀ ପିଭିସିରେ ଓ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ପିବିିଏଫ୍ସି ମାଧ୍ୟମରେ ମତଦାନ କରିଛନ୍ତି ‌ବୋଲି ଲୋକସମ୍ପର୍କ ଅଧିକାରୀ ବିନାୟକ ମିଶ୍ର ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.5 ° C
    40.5 °
    40.5 °
    13 %
    3.6kmh
    4 %
    Mon
    40 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ