Wednesday, October 23, 2024
21.7 C
Odisha

    କାଲିଠୁ ମୋଦୀଙ୍କ ତୃତୀୟ ଇନିଂସ: ଓଡ଼ିଶାରୁ କେନ୍ଦ୍ର କ୍ୟାବିନେଟରେ କାହାକୁ ମିଳିବ ସ୍ଥାନ, ଆଜି ସଂଧ୍ୟାରେ ପିଏମଓରୁ ଆସିପାରେ କଲ୍

    ଆଗକୁ ପଢନ୍ତୁ

    ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । କେନ୍ଦ୍ରରେ ମୋଦୀ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ କାହାକୁ ମିଳିବ ସ୍ଥାନ, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । କୁହାଯାଉଛି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାକୁ ଅଧିକ ପ୍ରାଧାନ୍ୟ ମିଳିପାରେ । କାରଣ ପ୍ରଥମଥର ଓଡ଼ିଶାରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି ବିଜେପି । ସେ ବିଧାନସଭା ହେଉ କି ଲୋକସଭା । ଲୋକସଭା ସାଂସଦଙ୍କ ମଧ୍ୟରୁ ଅତି କମରେ ତିନିଜଣ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ରହିଛି । ୨୦ଜଣ ସାଂସଦଙ୍କ ମଧ୍ୟରୁ ୧୦ ଜଣ ଏକାଧିକଥର ଲୋକସଭାରେ ପ୍ରତିନିଧିତ୍ୱ କରିସାରିଛନ୍ତି । ସେମାନେ ହେଲେ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅନନ୍ତ ନାୟକ, ପ୍ରତାପ ଷଡଙ୍ଗୀ, ସଂଗୀତ କୁମାରୀ ସିଂଦେଓ, ବୈଜୟନ୍ତ ପଣ୍ଡା, ବଳଭଦ୍ର ମାଝି, ଭର୍ତୃହରି ମହତାବ, ଅପରାଜିତା ଷଡଙ୍ଗୀ ଓ ବିଭୁ ପ୍ରସାଦ ତରାଇ । ଏମାନଙ୍କ ମଧ୍ୟରୁ ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ ଓ ଅପରାଜିତା ଷଡଙ୍ଗୀଙ୍କ ନାଁ ଆଗରେ ରହିଛି । ଯଦି ଧର୍ମେନ୍ଦ୍ରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଏ, ତେବେ ଅନ୍ୟ ତିନିଜଣଙ୍କୁ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ତେବେ କାହାକୁ ମିଳିବ ମନ୍ତ୍ରିମଣ୍ଡଳରେ ସ୍ଥାନ, ତାହା ଜୁନ୍ ୯ ତାରିଖ ପୂର୍ବରୁ ସ୍ପଷ୍ଟ ହୋଇଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ