Monday, March 30, 2026
27.4 C
Odisha

    ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ: ଜୁଲାଇ ୧୫ ବେଳକୁ ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

    ଆଗକୁ ପଢନ୍ତୁ

    ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ। ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ। ସୂଚନା ଅନୁସାରେ, ଜୁଲାଇ ୧୫ ତାରିଖ ସୁଦ୍ଧା ପଶ୍ଚିମ ବଙ୍ଗୋପସାଗରରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରଭାବରେ କାଲିଠାରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୁତି ବୃଦ୍ଧି ପାଇବ। ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେହିପରି ୧୯ ଓ ୨୦ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ତତ୍ ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୨ ତାରିଖ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ