Friday, October 2, 2026
22.9 C
Odisha

    ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନା ହେବ ‘ଆମ ହସ୍ପିଟାଲ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ BMRC କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଉପଜିଲ୍ଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଆମ ହସ୍ପିଟାଲ ଯୋଜନାର ଆଜି ଦ୍ଵିତୀୟ ପର୍ଯ୍ୟାୟରେ ଅନୁଗୋଳ ଜିଲ୍ଲାରେ ୬, ବଲାଙ୍ଗୀରର ୫, ଦେବଗଡ଼ର ୧, ସୁବର୍ଣ୍ଣପୁରର ୨, ବାଲେଶ୍ଵରରେ ୮, ଭଦ୍ରକରେ ୪, କଟକରେ ୮, ଯାଜପୁରରେ ୫, ନୟାଗଡ଼ରେ ୩, ପୁରୀରେ ୫, ଖୋର୍ଦ୍ଧାରେ ୭ , ବୌଦ୍ଧରେ ୨, କୋରାପୁଟରେ ୪, ନବରଙ୍ଗପୁରରେ ୩, ଗଜପତିରେ ୨ଟି ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ ହେଉଛି ରୋଗୀଙ୍କ ସୁବିଧା ଓ ସେମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲ ଗୁଡିକରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

    ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ। ଏହା ସରକାରୀ ସ୍ତରରେ ଆମର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ବୋଲି କହି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବ୍ୟବସ୍ଥା, ରେଗୀମାନଙ୍କ ପାଇଁ ମୌଳିକ ସୁବିଧା ସୁଯୋଗ ଏବଂ ସେବା ଯୋଗାଇବା ପଦ୍ଧତିରେ ଉନ୍ନତି ଆଣାଯାଇଛି। ଗୁଣବତ୍ତାକୁ ମଧ୍ୟ ଏଠାରେ ସୁନିଶ୍ଚିତ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ