Sunday, October 4, 2026
24.3 C
Odisha

    ସଂଗୃହିତ ଅର୍ପଣ ଚାଉଳ ନିଲାମ

    ଆଗକୁ ପଢନ୍ତୁ

    ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହୋଇଛି। କ୍ୱିଣ୍ଟାଲ କି ଦୁଇ କ୍ୱିଣ୍ଟାଲ ନୁହେଁ ପ୍ରାୟ ୧୦ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ନିଲାମ ହୋଇଛି। କୁଇଣ୍ଟାଲ ପିଛା ୨୭ଶହ ୮୦ ଟଙ୍କାରେ ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହୋଇଥିବା ଜଣାଯାଇଛି। ଏହି ଅର୍ପଣ ଚାଉଳକୁ ନିମାପଡ଼ାର ଏକ ରାଇସ୍ ମିଲ୍ କିଣିଥିବା ଜଣାଯାଇଛି। ମୋଟ୍ ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି। ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ। ସେ କହିଛନ୍ତି, ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା ତାର ବ୍ୟବହାର କରାଯାଇଛି। ବଳକା ଚାଉଳ ମହାପ୍ରସାଦ ପାଇଁ ଅନୁପଯୁକ୍ତ ବୋଲି ସ୍ପଷ୍ଟ କରିଥିଲା ସୁଆର ମହାସୁଆର ନିଯୋଗ। ଫଳରେ ବଳକା ଚାଉଳକୁ କ’ଣ କରାଯିବ ବୋଲି ସେ ନେଇ ଆଲୋଚନା କରାଯାଇ ଏକ ପ୍ରସ୍ତାବ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଠା ଯାଇଥିଲା। ସରକାର ଏହା ଉପରେ ପୁଙ୍ଖାନୁପୁଙ୍ଖ ବିଚାର କରି ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ। ଏହା ପରେ ଗତକାଲି ସିଭିଲ୍ ସପ୍ଲାଏ ଅଫିସରଙ୍କ ଦ୍ୱାରା ସଟ୍‌ ଅକ୍ସନ ଓ ସ୍ପଟ୍‌ ଅକ୍ସନ ସଂପୂର୍ଣ୍ଣ ହୋଇଥିଲା। କୁଇଣ୍ଟାଲ ପିଛା ୨୭ଶହ ୮୦ ଟଙ୍କାରେ ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହୋଇଥିଲା। ମୋଟ୍ ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି। ସମସ୍ତ ଟଙ୍କାକୁ ମନ୍ଦିର ପ୍ରଶାସନ ଖାତାରେ ଜମା କରାଇ ଦିଆଯିବ।
    ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ବେଳେ ରାଜ୍ୟର କୋଣ ଅନୁକୋଣରୁ ଅର୍ପଣ ଚାଉଳ ଆସିଥିଲା। ପ୍ରାୟ ୧୪ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ସଂଗ୍ରହ କରାଯାଇଥିଲା। ଏତେ ପରିମାଣର ଚାଉଳକୁ କ’ଣ କରାଯିବ ସେ ନେଇ ପ୍ରଶାସନ ଚିନ୍ତାରେ ପଡିଥିଲା। କ୍ୱିଣ୍ଟାଲ କ୍ୱିଣ୍ଟାଲ ଅର୍ପଣ ଚାଉଳ ନଦୀରେ ଫିଙ୍ଗା ଯାଇଥିବା ଅଭିଯୋଗ ହୋଇଥିଲେ ମଧ୍ୟ ପ୍ରଶାସନ ଘଟଣାକୁ ଖଣ୍ଡନ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ